Monday, August 25, 2025
spot_imgspot_img
Homeତାଜା ଖବରଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ମିଳିବ ବଡ଼ଉପହାର, ଭେଟି ଦେବେ ମୋଦ

ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ମିଳିବ ବଡ଼ଉପହାର, ଭେଟି ଦେବେ ମୋଦ

ନୂଆଦିଲ୍ଲୀ : ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ୍ ଜନମନ ଯୋଜନାରେ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଂଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଦେବଗଡ଼, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡର ବିଭିନ୍ନ ଆଦିବାସୀ ଅଂଚଳରେ ଗମନାଗମନ ସୁବିଧା ପାଇଁ ନିର୍ମାଣ ହେବ ରାସ୍ତା। ଏହା ସହିତ ଆଦିବାସୀ ଅଂଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ। ଆସନ୍ତାକାଲି ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ। ଜନଜାତି ବିକାଶ ପାଇଁ ପ୍ରଧାନମନ୍ତ୍ରୀ ଧରତି ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ କାର୍ଯ୍ୟକ୍ରମର ଲଂଚ କରିବେ। ସମସ୍ତ ରାଜ୍ୟର ୫୪୯ ଜିଲ୍ଲା ଓ ୨୭୪୦ ବ୍ଲକରେ ବସବାସ କରୁଥିବା ୬୩ ହଜାର ଗ୍ରାମର ୫ କୋଟି ଆଦିବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବ ଏହି ଯୋଜନା। ଜନଜାତି ବର୍ଗଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଓ ସାମାଜିକ ସଶକ୍ତିକରଣ, ଉନ୍ନତ ଜୀବନ ଶୈଳୀ ଦିଗରେ ନୁଆ ସୂର୍ଯ୍ୟୋଦୟ ଆଣିବା ଏହି ଯୋଜନାର ଲକ୍ଷ୍ୟ। ଏଥିପାଇଁ କେନ୍ଦ୍ର ସରକାରଙ୍କ ୨୫ଟି ମନ୍ତ୍ରଣାଳୟ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି ସୂଚନା ମିଳିଛି।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments