ବାଲେଶ୍ଵର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ହେଲେ ବିଜୟ ପାଶଓ୍ବାନ। ତାଙ୍କ ଘର ବିହାରରେ ବୋଲି ଜଣାପଡ଼ିଛି । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବଡ଼ ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି। ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଏହାଫଳରେ ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ ଘଟିଥିବା କରମଣ୍ଡଳ ଏକ୍ସପ୍ରେସ୍, ଯଶୋବନ୍ତପୁର-ହାୱଡା ଏକ୍ସପ୍ରେସ୍ ଓ ମାଲଗାଡ଼ି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୨୮୯କୁ ବୃଦ୍ଧି ପାଇଛି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୂର୍ବରୁ ସୂଚନା ଦେଇଥିଲେ ଯେ, ଟ୍ରେନ୍ ଦୁର୍ଘଟଣାରେ ୨୮୮ ଜଣଙ୍କ ପ୍ରାଣହାନି ଘଟିଥିଲା।
