Tuesday, August 26, 2025
spot_imgspot_img
Homeତାଜା ଖବରଆଜି ପୂର୍ବାହ୍ନରେ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ, ଜୁନ ୮ ସୁଦ୍ଧା...

ଆଜି ପୂର୍ବାହ୍ନରେ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ, ଜୁନ ୮ ସୁଦ୍ଧା ପ୍ରକାଶ ପାଇବ କଳା ବିଭାଗର ପରୀକ୍ଷା ଫଳ

ଆଜି ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ +୨ ଫଳାଫଳ । କେବଳ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ।CHSE ପକ୍ଷରୁ ଏହି ସୂଚନା ଦିଆଯାଇଛି। CHSE ଅଧକ୍ଷ ଅଶ୍ୱିନ କୁମାର ମିଶ୍ର ଏହି ସୂଚନା ଦେଇଛନ୍ତି । ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆନୁଷ୍ଠାନିକ ଭାବେ ଘୋଷଣା ହେବ ରେଜଲ୍ଟ। ତେବେ ଆଜି କେବଳ ବିଜ୍ଞାନ ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ। ରେଜଲ୍ଟ ଘୋଷଣା ପରେ ଛାତ୍ରଛାତ୍ରୀ ମାନେ www.orissaresults.nic.in ୱବସାଇଟ ଓ ସାମ୍ସ ପୋର୍ଟାଲ୍ ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ। ସେପଟେ ଜୁନ ୮ ସୁଦ୍ଧା ପ୍ରକାଶ ପାଇପାରେ କଳା ଓ ଧନ୍ଦାମୂଳକ ଫଳାଫଳ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨ ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି । ଏଥିରେ ୧ ଲକ୍ଷ ୭୩ ହଜାର ୫୩୪ ଜଣ ଛାତ୍ର ଥିବା ବେଳେ, ଛାତ୍ରୀଙ୍କ ସଂଖ୍ୟା ରହିଛି ୧ ଲକ୍ଷ ୮୪ ହଜାର ୪୦୮ । କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ, ବିଜ୍ଞାନରେ ୯୧ ହଜାର ୩୭୮, ବାଣିଜ୍ୟରେ ୨୩ ହଜାର ୧୪୮ ଜଣ ପିଲା ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଚଳିତବର୍ଷ ମୋଟ ୧୧ ଶହ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ହୋଇଥିଲା । ୬୫ଟି ଅଫଲାଇନ କେନ୍ଦ୍ର ଓ ୩୯ଟି ଅନଲାଇନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା । ଏପ୍ରିଲ୍ ୧୦ ତାରିଖରେ ଖାତା ଦେଖା ଆରମ୍ଭ ହୋଇଥିଲା । ଏପଟେ ଯୁକ୍ତଦୁଇ ପ୍ରଥମ ବର୍ଷର ନାମଲେଖା ପ୍ରକ୍ରିୟା ଚାଲିଛି । ସିଏଚଏସଇ ଅଧିନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ଆରମ୍ଭ ହୋଇଛି ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments