ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କାର୍ଯ୍ୟ କରୁଥିବା ସମୟରେ କର୍ମଚାରି ମାନଙ୍କର ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ଶହାୟତା ରାଶି ବୃଦ୍ଧି କରାଯାଇ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି । ଏହା ପୂର୍ବରୁ ୪ଲକ୍ଷ ପ୍ରଦାନ କରାଯାଉଥିଲା । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି
