Tuesday, August 26, 2025
spot_imgspot_img
Homeତାଜା ଖବରମାଲକାନଗିରିରେ କାଳବୈଶାଖୀ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରିରେ କାଳବୈଶାଖୀ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରିରେ କାଳବୈଶାଖୀ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନ ଭିନ୍ନ ଦୁର୍ଘଟଣାରେ ଚାରି ଜଣଙ୍କ ମୃତ୍ୟୁ ହୋଇଛି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ସହାୟତା ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଗତକାଲି କାଳବୈଶାଖୀ ଯୋଗୁ ମାଲକାନଗିରିରେ ଡଙ୍ଗାବୁଡି ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା ।

ସେହିପରି ଏୟାରଷ୍ଟ୍ରିପର ପାଚେରୀ ଭୁଶୁଡ଼ି ଦୁଇଜଣଙ୍କ ମୃତ୍ୟୁ ହୋଇଥିଲା । ଏହାସହ ଆହତଙ୍କୁ ବିନା ମୂଲ୍ୟରେ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକରେ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳରେ ଗାଧୋଇବା ବେଳେ ଦୁଇଜଣ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାରକୁ ଚାରି ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଛନ୍ତି । ମୃତ ଛାତ୍ରୀଙ୍କ ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ସମବେଦନା ପ୍ରକାଶ କରିଛନ୍ତି ।

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments