Monday, August 25, 2025
spot_imgspot_img
Homeତାଜା ଖବରସତ ମାନିଲେ ପାକିସ୍ତାନୀ ଗୁପ୍ତଚର, ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଥିବା ସ୍ୱୀକାର କଲେ

ସତ ମାନିଲେ ପାକିସ୍ତାନୀ ଗୁପ୍ତଚର, ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଥିବା ସ୍ୱୀକାର କଲେ

ସତ ମାନିଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମଲହୋତ୍ରା । ପ୍ରାରମ୍ଭିକ ତଦନ୍ତରେ ସବୁ ସତ ମାନିଛନ୍ତି ଜ୍ୟୋତି ମଲହୋତ୍ରା । ପାକିସ୍ତାନ ଗୁଇନ୍ଦା ଅଧିକାରୀଙ୍କ ସହ ସମ୍ପର୍କରେ ଥିବା କଥା ପ୍ରାରମ୍ଭିକ ଜେରା ବେଳେ ସ୍ୱୀକାର କରିଛନ୍ତି ଜ୍ୟୋତି । କେବଳ ସେତିକି ନୁହେଁ ଦେଶ ସୁରକ୍ଷା ନେଇ ଗୁପ୍ତ ତଥ୍ୟ ପାକିସ୍ତାନ ଗୁପ୍ତଚରଙ୍କୁ ଦେଇଥିବା କଥା ସ୍ୱୀକାର କରିଛନ୍ତି ଜ୍ୟୋତି । 

ସେ ପାକିସ୍ତାନ ଯିବାଠାରୁ ଆରମ୍ଭ କରି ସେଠାରେ ଗୁଇନ୍ଦା ଅଧିକାରୀଙ୍କ ସମ୍ପର୍କରେ କେମିତି ଆସିଲେ ଓ କେଉଁଭଳି ଭାବେ ସବୁ ଗୁପ୍ତ ତଥ୍ୟ ସେ ସେୟାର କରୁଥିଲେ ସେ କଥା ସ୍ୱୀକାର କରିଛନ୍ତି ଜ୍ୟୋତି ମଲହୋତ୍ରା । ସେପଟେ ଫରେନ୍ସିକ ଯାଞ୍ଚ ବେଳେ ଜ୍ୟୋତିଙ୍କ ମୋବାଇଲରୁ ଭାରତୀୟ ସେନା ସହ ଜଡ଼ିତ ତଥ୍ୟ ହସ୍ତଗତ ହୋଇଛି । ସେହିପରି ଅପରେସନ୍ ସିନ୍ଦୂର ସମୟରେ ପାକିସ୍ତାନୀ ଦୂତାବାସ ଅଧିକାରୀଙ୍କ ସହ କରିଥିବା ହ୍ବାଟ୍ସଆପ୍ ଚାଟିଂ ମଧ୍ୟ ଜ୍ୟୋତି ଡିଲିଟ୍ କରିଥିବା ଫରେନ୍ସିକ ଯାଞ୍ଚବେଳେ ଜଣାପଡିଛି । 

RELATED ARTICLES

LEAVE A REPLY

Please enter your comment!
Please enter your name here

- Advertisment -spot_img

Most Popular

Recent Comments